ଆଦି ପୁସ୍ତକ 47

ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍‍, ରାମିଷେଷ୍‍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ।

Genesis 47:11 (UKJV) And Joseph placed his father and his brethren, and gave them a possession in the land of Egypt, in the best of the land, in the land of Rameses, as Pharaoh had commanded.

9ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”

10ଏଥିଉତ୍ତାରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କରି ତାଙ୍କ ଛାମୁରୁ ବିଦାୟ ହେଲେ।

11ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍‍, ରାମିଷେଷ୍‍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ।

12ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟଦ୍ରବ୍ୟ ଦେଇ ପ୍ରତିପାଳନ କଲେ।

13ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା; ତହିଁରେ ମିସର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.