ଆଦି ପୁସ୍ତକ 47

ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।”

Genesis 47:16 (UKJV) And Joseph said, Give your cattle; and I will give you for your cattle, if money fail.

14ଆଉ ମିସର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା, ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ।

15ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?”

16ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।”

17ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ।

18ପୁଣି, ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ୱିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି, ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.