22ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ; କାରଣ ଯାଜକମାନେ ଫାରୋଙ୍କଠାରୁ ବୃତ୍ତି ପାଇଲେ; ଏଣୁ ଫାରୋଙ୍କର ଦତ୍ତ ବୃତ୍ତି ଦ୍ୱାରା ସେମାନଙ୍କର ନିର୍ବାହ ହେବାରୁ ସେମାନେ ଆପଣା ଆପଣା ଭୂମି ବିକ୍ରୟ କଲେ ନାହିଁ।
23ଏଥିଉତ୍ତାରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ।
24ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି, ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ।”
25ତହିଁରେ ସେମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।”
26ପଞ୍ଚମାଂଶ ଫାରୋ ପାଇବେ, ମିସରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି; କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।