24ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି, ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ।”
25ତହିଁରେ ସେମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।”
26ପଞ୍ଚମାଂଶ ଫାରୋ ପାଇବେ, ମିସରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି; କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।
27ସେସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି, ସେଠାରେ ସେମାନେ ଅଧିକାର ପାଇ ପ୍ରଜାବନ୍ତ ଓ ଅତିଶୟ ବହୁବଂଶ ହେଲେ।
28ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।