ଆଦି ପୁସ୍ତକ 47

ସେସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି, ସେଠାରେ ସେମାନେ ଅଧିକାର ପାଇ ପ୍ରଜାବନ୍ତ ଓ ଅତିଶୟ ବହୁବଂଶ ହେଲେ।

Genesis 47:27 (UKJV) And Israel dwelt in the land of Egypt, in the country of Goshen; and they had possessions therein, and grew, and multiplied exceedingly.

25ତହିଁରେ ସେମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।”

26ପଞ୍ଚମାଂଶ ଫାରୋ ପାଇବେ, ମିସରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି; କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।

27ସେସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି, ସେଠାରେ ସେମାନେ ଅଧିକାର ପାଇ ପ୍ରଜାବନ୍ତ ଓ ଅତିଶୟ ବହୁବଂଶ ହେଲେ।

28ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।

29ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.