ଆଦି ପୁସ୍ତକ 47

ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।

Genesis 47:29 (UKJV) And the time drew nigh that Israel must die: and he called his son Joseph, and said unto him, If now I have found grace in your sight, put, I pray you, your hand under my thigh, and deal kindly and truly with me; bury me not, I pray you, in Egypt:

27ସେସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି, ସେଠାରେ ସେମାନେ ଅଧିକାର ପାଇ ପ୍ରଜାବନ୍ତ ଓ ଅତିଶୟ ବହୁବଂଶ ହେଲେ।

28ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।

29ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।

30ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ।” ତହିଁରେ ଯୋଷେଫ କହିଲେ, “ତୁମ୍ଭ ଆଜ୍ଞା ପ୍ରମାଣେ କରିବି।”

31ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, “ସେ ତାଙ୍କ ନିକଟରେ ଶପଥ କଲେ।” ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ଡଆଡ଼େ ପ୍ରଣାମ କରି ପରମେଶ୍ୱରଙ୍କ ଆରାଧନା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.