1ଏଥିଉତ୍ତାରେ ଯୋଷେଫ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିଲେ, “ମୋʼ ପିତା ଓ ଭାଇମାନେ କିଣାନ ଦେଶରୁ ଆପଣା ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ନେଇ ଆସିଅଛନ୍ତି; ଦେଖନ୍ତୁ, ସେମାନେ ଗୋଶନ ପ୍ରଦେଶରେ ଅଛନ୍ତି।”
2ପୁଣି, ଯୋଷେଫ ଆପଣା ଭ୍ରାତୃଗଣ ମଧ୍ୟରୁ ପାଞ୍ଚ ଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।
3ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କର କେଉଁ ବ୍ୟବସାୟ?” ସେମାନେ ଫାରୋଙ୍କୁ କହିଲେ, “ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ।”
4ସେମାନେ ଫାରୋଙ୍କୁ ଆହୁରି କହିଲେ, “ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରୀ ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ।”
5ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, “ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସିଅଛନ୍ତି,