5ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, “ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସିଅଛନ୍ତି,
6ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି, ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଙ୍ଗମ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର।”
7ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।
8ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, “ଆପଣଙ୍କ ପରମାୟୁର ଦିନ କେତେ?”
9ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”