ଆଦି ପୁସ୍ତକ 48

ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇଗଲେ।

Genesis 48:1 (UKJV) And it came to pass after these things, that one told Joseph, Behold, your father is sick: and he took with him his two sons, Manasseh and Ephraim.

1ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇଗଲେ।

2ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।

3ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍‍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.