11ପୁଣି, ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ମୁଁ ଭାବିଥିଲି, ତୁମ୍ଭ ମୁଖ ଆଉ ଦେଖି ପାରିବି ନାହିଁ; ମାତ୍ର ଦେଖ, ପରମେଶ୍ୱର ତୁମ୍ଭର ବଂଶ ମଧ୍ୟ ମୋତେ ଦେଖାଇଲେ।”
12ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ।
13ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ।
14ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନାପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।
15ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,