13ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ।
14ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନାପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।
15ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,
16ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”
17ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,