ଆଦି ପୁସ୍ତକ 48

ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,

Genesis 48:17 (UKJV) And when Joseph saw that his father laid his right hand upon the head of Ephraim, it displeased him: and he held up his father's hand, to remove it from Ephraim's head unto Manasseh's head.

15ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,

16ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”

17ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,

18“ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”

19ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.