ଆଦି ପୁସ୍ତକ 48

“ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”

Genesis 48:18 (UKJV) And Joseph said unto his father, Not so, my father: for this is the firstborn; put your right hand upon his head.

16ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”

17ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,

18“ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”

19ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”

20ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ‘ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।’” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.