ଆଦି ପୁସ୍ତକ 48

ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।

Genesis 48:2 (UKJV) And one told Jacob, and said, Behold, your son Joseph comes unto you: and Israel strengthened himself, and sat upon the bed.

1ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇଗଲେ।

2ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।

3ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍‍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,

4‘ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍‍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.