ଆଦି ପୁସ୍ତକ 48

ମୁଁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି।”

Genesis 48:22 (UKJV) Moreover I have given to you one portion above your brethren, which I took out of the hand of the Amorite with my sword and with my bow.

20ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ‘ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।’” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।

21ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।

22ମୁଁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.