2ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।
3ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,
4‘ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।’
5ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।
6ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।