ଆଦି ପୁସ୍ତକ 48

ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।

Genesis 48:6 (UKJV) And your issue, which you brought forth after them, shall be yours, and shall be called after the name of their brethren in their inheritance.

4‘ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍‍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।’

5ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍‍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।

6ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।

7ପଦ୍ଦନ୍‍ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍‍, ବେଥଲିହିମର ପଥ ପାର୍ଶ୍ୱରେ ତାକୁ କବର ଦେଲି।”

8ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.