5ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।
6ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।
7ପଦ୍ଦନ୍ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍, ବେଥଲିହିମର ପଥ ପାର୍ଶ୍ୱରେ ତାକୁ କବର ଦେଲି।”
8ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ?”
9ତହିଁରେ ଯୋଷେଫ ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋʼ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।”