ଆଦି ପୁସ୍ତକ 48

ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ?”

Genesis 48:8 (UKJV) And Israel beheld Joseph's sons, and said, Who are these?

6ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।

7ପଦ୍ଦନ୍‍ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍‍, ବେଥଲିହିମର ପଥ ପାର୍ଶ୍ୱରେ ତାକୁ କବର ଦେଲି।”

8ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ?”

9ତହିଁରେ ଯୋଷେଫ ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋʼ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।”

10ସେହି ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ହେତୁ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟରୂପେ ଦେଖି ପାରିଲେ ନାହିଁ। ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ବନ ଓ ଆଲିଙ୍ଗନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.