9ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?
10ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
11ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।
12ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦନ୍ତ ଶ୍ୱେତବର୍ଣ୍ଣ ହେବ।
13ସବୂଲୂନ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି, ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।