12ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦନ୍ତ ଶ୍ୱେତବର୍ଣ୍ଣ ହେବ।
13ସବୂଲୂନ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି, ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।
14ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେ;
15ସେ ବିଶ୍ରାମ-ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠିକର୍ମ କରିବାକୁ ଦାସ ହେଲା।
16ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ।