ଆଦି ପୁସ୍ତକ 49

ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍‍ ପଡ଼ିଯାଏ।

Genesis 49:17 (UKJV) Dan shall be a serpent by the way, an adder in the path, that bites the horse heels, so that his rider shall fall backward.

15ସେ ବିଶ୍ରାମ-ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠିକର୍ମ କରିବାକୁ ଦାସ ହେଲା।

16ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ।

17ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍‍ ପଡ଼ିଯାଏ।

18ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।

19ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.