16ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ।
17ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍ ପଡ଼ିଯାଏ।
18ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।
19ସୈନ୍ୟଦଳ ଗାଦ୍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍ ସେମାନଙ୍କୁ ଆକ୍ରମଣ କରିବ।
20ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ।