18ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।
19ସୈନ୍ୟଦଳ ଗାଦ୍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍ ସେମାନଙ୍କୁ ଆକ୍ରମଣ କରିବ।
20ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ।
21ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ୱରୂପ, ସେ ମନୋହର ବାକ୍ୟ କହିବ।
22ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।