ଆଦି ପୁସ୍ତକ 49

ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ୱରୂପ, ସେ ମନୋହର ବାକ୍ୟ କହିବ।

Genesis 49:21 (UKJV) Naphtali is a hind let loose: he gives goodly words.

19ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।

20ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ।

21ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ୱରୂପ, ସେ ମନୋହର ବାକ୍ୟ କହିବ।

22ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।

23ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି, ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.