23ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି, ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,
24ମାତ୍ର ତାହାର ଧନୁ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
25ଅର୍ଥାତ୍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।
26ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାଙ୍କର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ।
27ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ।”