ଆଦି ପୁସ୍ତକ 49

ହେ ରୁବେନ୍‍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।

Genesis 49:3 (UKJV) Reuben, you are my firstborn, my might, and the beginning of my strength, the excellency of dignity, and the excellency of power:

1ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।

2ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ।

3ହେ ରୁବେନ୍‍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।

4ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।

5ଶିମୀୟୋନ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ୍ଗ ଦୌରାତ୍ମ୍ୟର ଅସ୍ତ୍ର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.