2ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ।
3ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।
4ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।
5ଶିମୀୟୋନ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ୍ଗ ଦୌରାତ୍ମ୍ୟର ଅସ୍ତ୍ର।
6ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡ଼ିକର ଲାଙ୍ଗୁଡ଼ କାଟିଲେ।