1ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ବନ କଲେ।
2ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ।
3ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।