ଆଦି ପୁସ୍ତକ 50

ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ୍‍ ମିସର ନାମରେ ବିଖ୍ୟାତ ହେଲା।

Genesis 50:11 (UKJV) And when the inhabitants of the land, the Canaanites, saw the mourning in the floor of Atad, they said, This is a grievous mourning to the Egyptians: wherefore the name of it was called Abelmizraim, which is beyond Jordan.

9ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।

10ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।

11ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ୍‍ ମିସର ନାମରେ ବିଖ୍ୟାତ ହେଲା।

12ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ;

13ଅର୍ଥାତ୍‍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍‍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହିତ୍ତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ୱାରା କ୍ରୀତ ହୋଇଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.