10ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।
11ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ୍ ମିସର ନାମରେ ବିଖ୍ୟାତ ହେଲା।
12ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ;
13ଅର୍ଥାତ୍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହିତ୍ତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ୱାରା କ୍ରୀତ ହୋଇଥିଲା।
14ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ।