12ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ;
13ଅର୍ଥାତ୍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହିତ୍ତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ୱାରା କ୍ରୀତ ହୋଇଥିଲା।
14ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ।
15ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, “କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି, ଆମ୍ଭେମାନେ ତାହାର ଯେସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ।”
16ଏହେତୁ ସେମାନେ ଯୋଷେଫଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭ ପିତା ମୃତ୍ୟୁୁ ପୂର୍ବରେ ଆମ୍ଭମାନଙ୍କୁ ଏହା କହିଥିଲେ, ତୁମ୍ଭେମାନେ ‘ଯୋଷେଫକୁ ଏହି କଥା କହିବ,