15ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, “କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି, ଆମ୍ଭେମାନେ ତାହାର ଯେସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ।”
16ଏହେତୁ ସେମାନେ ଯୋଷେଫଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭ ପିତା ମୃତ୍ୟୁୁ ପୂର୍ବରେ ଆମ୍ଭମାନଙ୍କୁ ଏହା କହିଥିଲେ, ତୁମ୍ଭେମାନେ ‘ଯୋଷେଫକୁ ଏହି କଥା କହିବ,
17ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ;’ ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।
18ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଦାସ।”
19ତହିଁରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି?