16ଏହେତୁ ସେମାନେ ଯୋଷେଫଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭ ପିତା ମୃତ୍ୟୁୁ ପୂର୍ବରେ ଆମ୍ଭମାନଙ୍କୁ ଏହା କହିଥିଲେ, ତୁମ୍ଭେମାନେ ‘ଯୋଷେଫକୁ ଏହି କଥା କହିବ,
17ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ;’ ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।
18ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଦାସ।”
19ତହିଁରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି?
20ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।