19ତହିଁରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି?
20ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।
21ଏଥିପାଇଁ ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି।” ଏହି ପ୍ରକାରେ ଚିତ୍ତ ପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ୱନା ଦେଲେ।
22ଏଥିଉତ୍ତାରେ ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ।
23ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି, ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ “କୋଳ କଲେ।”