ଆଦି ପୁସ୍ତକ 50

ଏଥିଉତ୍ତାରେ ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ।

Genesis 50:22 (UKJV) And Joseph dwelt in Egypt, he, and his father's house: and Joseph lived an hundred and ten years.

20ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।

21ଏଥିପାଇଁ ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି।” ଏହି ପ୍ରକାରେ ଚିତ୍ତ ପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ୱନା ଦେଲେ।

22ଏଥିଉତ୍ତାରେ ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ।

23ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି, ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ “କୋଳ କଲେ।”

24ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇଯିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.