ଆଦି ପୁସ୍ତକ 50

ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି, ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ “କୋଳ କଲେ।”

Genesis 50:23 (UKJV) And Joseph saw Ephraim's children of the third generation: the children also of Machir the son of Manasseh were brought up upon Joseph's knees.

21ଏଥିପାଇଁ ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି।” ଏହି ପ୍ରକାରେ ଚିତ୍ତ ପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ୱନା ଦେଲେ।

22ଏଥିଉତ୍ତାରେ ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ।

23ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି, ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ “କୋଳ କଲେ।”

24ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇଯିବେ।”

25ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.