3ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।
4ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ,
5ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ‘ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ।’ ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।”
6ତହିଁରେ ଫାରୋ କହିଲେ, “ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ।”
7ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ,