5ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ‘ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ।’ ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।”
6ତହିଁରେ ଫାରୋ କହିଲେ, “ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ।”
7ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ,
8ପୁଣି, ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ିଗଲେ।
9ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।