6ତହିଁରେ ଫାରୋ କହିଲେ, “ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ।”
7ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ,
8ପୁଣି, ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ିଗଲେ।
9ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।
10ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।