ଆଦି ପୁସ୍ତକ 50

ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।

Genesis 50:9 (UKJV) And there went up with him both chariots and horsemen: and it was a very great company.

7ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ,

8ପୁଣି, ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ିଗଲେ।

9ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।

10ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।

11ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ୍‍ ମିସର ନାମରେ ବିଖ୍ୟାତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.