12ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
13ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
14ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
15ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନି ଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।
16ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।