15ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନି ଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।
16ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।
17ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
18ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
19ପୁଣି, ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।