18ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
19ପୁଣି, ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
20ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ।
21ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”
22ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ।