ଆଦି ପୁସ୍ତକ 6

ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।

Genesis 6:4 (UKJV) There were giants in the earth in those days; and also after that, when the sons of God came in unto the daughters of men, and they bare children to them, the same became mighty men which were of old, men of renown.

2ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।

3ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”

4ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।

5ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।

6ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.