3ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”
4ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।
5ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
6ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।
7ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”