7ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
8ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଲେ।
9ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
10ନୋହ, ଶେମ ଓ ହାମ ଓ ଯେଫତ୍, ଏହି ତିନି ପୁତ୍ରଙ୍କୁ ଜାତ କଲେ।
11ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।