ଆଦି ପୁସ୍ତକ 7

ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।

Genesis 7:1 (UKJV) And the LORD said unto Noah, Come you and all your house into the ark; for you have I seen righteous before me in this generation.

1ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।

2ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;

3ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.