11ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା।
12ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।
13ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।
14ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;
15ଅର୍ଥାତ୍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।