ଆଦି ପୁସ୍ତକ 7

ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।

Genesis 7:15 (UKJV) And they went in unto Noah into the ark, two and two of all flesh, wherein is the breath of life.

13ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।

14ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;

15ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।

16ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱ-ଦ୍ୱାର ବନ୍ଦ କଲେ।

17ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.